ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 12
Oriya Bible: Easy-to-Read Version
ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ
12 ସେହି ସମୟରେ ତୁମ୍ଭେ କହିବ,
ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି।
ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ,
ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି,
ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
2 ପରମେଶ୍ୱର ମୋର ତ୍ରାଣକର୍ତ୍ତା।
ମୁଁ ତାଙ୍କୁ ବିଶ୍ୱାସ କରେ।
କିନ୍ତୁ ତାଙ୍କୁ ଭୟ କରେ ନାହିଁ।
କାରଣ ସେ ମୋତେ ରକ୍ଷା କରନ୍ତି।
ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା।
ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”
3 ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ।
ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
4 ତା’ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର।
ତାହାଙ୍କ ନାମରେ ପ୍ରାର୍ଥନା କର।
ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି,
ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି।
ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ।
ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
6 ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର।
ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି,
ତେଣୁ ଆନନ୍ଦ କର।
2010 by Bible League International