ମାର୍କ ଲିଖିତ ସୁସମାଗ୍ଭର 8:1-10
Odia Holy Bible: Easy-to-Read Version
ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ
(ମାଥିଉ 15:32-39)
8 ଆଉ ଥରେ ଯୀଶୁଙ୍କ ସହିତ ବହୁତ ଲୋକ ଥିଲେ। ସେମାନଙ୍କର କିଛି ଖାଇବାକୁ ନ ଥିଲା। ତେଣୁ ଯୀଶୁ ଶିଷ୍ୟମାନଙ୍କୁ ପାଖକୁ ଡକାଇ କହିଲେ, 2 “ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ। 3 କିଛି ନ ଖୁଆଇ, ସେମାନଙ୍କୁ ଯଦି ମୁଁ ପଠାଇ ଦିଏ, ତେବେ ସେମାନେ ମୂର୍ଚ୍ଛା ହୋଇ ରାସ୍ତାରେ ଢଳି ପଡ଼ିବେ। କେତେକ ଲୋକ ବହୁତ ଦୂରରୁ ଆସିଛନ୍ତି।”
4 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେମାନେ ଏ ଜନହୀନ ଅଞ୍ଚଳରେ ଏମାନଙ୍କୁ ଖୁଆଇବା ପାଇଁ ଯଥେଷ୍ଟ ଖାଦ୍ୟ କୁଆଡ଼ୁ ପାଇ ପାରିବୁ?”
5 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କ ପାଖରେ କେତେଖଣ୍ଡ ରୋଟୀ ଅଛି?”
ସେମାନେ ଉତ୍ତର ଦେଲେ, “ଆମ୍ଭମାନଙ୍କ ପାଖରେ ସାତଖଣ୍ଡ ଅଛି।”
6 ତା'ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ଯିବାକୁ କହିଲେ। ସେ ସାତଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବାକୁ ଶିଷ୍ୟମାନଙ୍କୁ ଦେଲେ। ସେମାନେ ସେଇଆ କଲେ। 7 ଶିଷ୍ୟମାନଙ୍କ ପାଖରେ ମଧ୍ୟ ଅଳ୍ପ କିଛି ଛୋଟ ମାଛ ଥିଲା। ଯୀଶୁ ମାଛ ପାଇଁ ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ତାହା ଲୋକଙ୍କ ଭିତରେ ବାଣ୍ଟି ଦେବାକୁ କହିଲେ।
8 ସବୁ ଲୋକ ଖାଇ ତୃପ୍ତ ହେଲେ। ତା'ପରେ ସେମାନେ ବଳକା ଟୁକୁରା ତକ ଏକାଠି କରି ସାତୋଟି ଟୋକେଇରେ ଭର୍ତ୍ତିକଲେ। 9 ସେଠାରେ ପ୍ରାୟ କେବଳ ଗ୍ଭରି ହଜାର ପୁରୁଷ ଖାଇଥିଲେ। ସେମାନେ ଖାଇଲା ପରେ ଯୀଶୁ ସେମାନଙ୍କୁ ବିଦାୟ କରିଦେଲେ। 10 ତା'ପରେ ଯୀଶୁ ଶିଷ୍ୟମାନଙ୍କ ସହ ଡଙ୍ଗାରେ ବସି ଦଲ୍ମନୂଥା ଅଞ୍ଚଳକୁ ଗ୍ଭଲିଗଲେ। ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହିଁଲେ।
Read full chapter2010 by Bible League International