ଗୀତସଂହିତା 104:24-34
Oriya Bible: Easy-to-Read Version
24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
ତହିଁରେ ଖେଳିବା ପାଇଁ
ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।
27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।
31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।
33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
ଗୀତସଂହିତା 104:35
Oriya Bible: Easy-to-Read Version
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ପ୍ରଶଂସା କର।
ଯୋୟେଲ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 2:18-29
Oriya Bible: Easy-to-Read Version
ସଦାପ୍ରଭୁ ଆପଣାର ଦେଶକୁ ପୁନରୁଦ୍ଧାର କରିବେ
18 ତା’ପରେ ସଦାପ୍ରଭୁ ନିଜ ଭୂମି ପାଇଁ ଈର୍ଷାପରାୟଣ ହେଲେ।
ସେ ତାଙ୍କର ଲୋକମାନଙ୍କ ଉପରେ ଦୟା ଦେଖାଇଲେ।
19 ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ,
“ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣରେ ଦେବା
ଓ ତୁମ୍ଭେମାନେ ସେଥିରେ ତୃପ୍ତ ହେବ।
ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ନିନ୍ଦିତ କରିବା ନାହିଁ।
20 ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା।
ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା।
ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ
ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ।
ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି,
ସେମାନେ ମୃତ ପ୍ରାୟ ହେବେ,
ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।”
ପୁନର୍ବାର ନୂତନ ରାଜ୍ୟ ନିର୍ମିତ ହେବ
21 ହେ ଦେଶ, ଭୟ କର ନାହିଁ।
ସୁଖୀ ହୁଅ, ଆନନ୍ଦ କର
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମହାନ କାର୍ଯ୍ୟ କରିବେ।
22 ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅ ନାହିଁ।
ମରୁପ୍ରାୟ ଗ୍ଭରଣଭୂମି ତୃଣାଚ୍ଛାଦିତ ହେବ।
ବୃକ୍ଷଗୁଡ଼ିକ ଫଳ ଧାରଣ କରିବେ।
ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
23 ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ସୁଖ କର,
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର।
ସେ ମଙ୍ଗଳମୟ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦେବେ।
ସେ ତୁମ୍ଭକୁ ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପୂର୍ବପରି ଦେବେ।
24 ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ
ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡ଼ିକ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
25 “ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ୟକୁ ଆପଣା ଯେଉଁ ମହା ସୈନ୍ୟଦଳ
ଅର୍ଥାତ ପଙ୍ଗପାଳ, ଶୂକ ଘୁର୍ଘୁରିୟା ଓ ପରିପକ୍ୱ ତୁମ୍ଭମାନଙ୍କ ବିରୁଦ୍ଧରେ ପଠାଇଲୁ।
ସେମାନେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ।
ଆମ୍ଭେ ତାହା ତୁମ୍ଭମାନଙ୍କୁ ଫେରାଇ ଦେବା,
ଯାହା ବର୍ଷଧରି ଖାଇଯାଇଛନ୍ତି।
26 ତତ୍ପରେ ତୁମ୍ଭେ ପ୍ରଚୁର ଖାଇବାକୁ ପାଇବ।
ତୁମ୍ଭର ସବୁ ପରିପୂର୍ଣ୍ଣ ହେବ।
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବ।
କାରଣ ସେ ତୁମ୍ଭମାନଙ୍କ ପାଇଁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରିଛନ୍ତି।
ସେ ଆପଣାର ଲୋକମାନଙ୍କୁ ଆଉ ଲଜ୍ଜିତ କରିବାକୁ ଦେବେ ନାହିଁ।
27 ଏହା ଦ୍ୱାରା ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ଇସ୍ରାଏଲ ସହିତ ଅଛୁ।
ଆଉ ମଧ୍ୟ ତୁମ୍ଭେମାନେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର,
ତୁମ୍ଭର ଅନ୍ୟ କେହି ପରମେଶ୍ୱର ନାହାନ୍ତି।
ଆମ୍ଭର ଲୋକମାନେ ଆଉ କେବେ ଲଜ୍ଜିତ ହେବେ ନାହିଁ।”
ପରମେଶ୍ୱର ତାଙ୍କର ଆତ୍ମା ସବୁ ଲୋକଙ୍କୁ ପ୍ରଦାନ କରିବେ
28 “ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ
ଆମ୍ଭର ଆତ୍ମା ପ୍ରଦାନ କରିବା।
ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ।
ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ
ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।
29 ସେହି ସମୟରେ ଆମ୍ଭେ ମଧ୍ୟ ଆପଣା ଦାସ
ଓ ଦାସୀଙ୍କ ଉପରେ ଆମ୍ଭର ଆତ୍ମା ଢାଳିବା।
ରୋମୀୟଙ୍କ ପ୍ରତି ପତ୍ର 8:18-24
Oriya Bible: Easy-to-Read Version
ଆମକୁ ଭବିଷ୍ୟତରେ ମହିମା ମିଳିବ
18 ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ। 19 ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି। 20 ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା: 21 ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।
22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। 23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ। 24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ।
Read full chapter2010 by Bible League International