Add parallel Print Page Options

ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର

(ଲୂକ 8:16-18)

21 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ। 22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ। 23 ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ। 24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ। 25 ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”

Read full chapter