Add parallel Print Page Options

ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ

(ଲୂକ 11:9-13)

“ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠ‌କ୍‌ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ। କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠ‌କ୍‌ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।

“ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ। 10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ? 11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!

Read full chapter